Saturday, October 10, 2026
29.2 C
Odisha

    ଭୁବନେଶ୍ଵରରେ ପାଳିତ ହେଲା କମିସନରେଟ ପୁଲିସ ପ୍ରତିଷ୍ଠା ଦିବସ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଭୁବନେଶ୍ଵର କମିସନରେଟ ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ଵର ରିଜର୍ଭ ପୁଲିସ ପ୍ୟାରେଡ ପଡ଼ିଆରେ ୯୦ତମ ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ପୁଲିସ କମିସନର ଡକ୍ଟର ସୁରେଶ ଦେବଦତ୍ତ ସିଂହ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଆଜିର ଦିନ ଅର୍ଥାତ୍ ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନଶୃଙ୍ଖଳାରେ ଜନସାଧାରଣଙ୍କୁ ସହଯୋଗ କରିବାକୁ ଗଠିତ ହୋଇଥିଲା ପୁଲିସ ବିଭାଗ। ସେହି ଦିନଠାରୁ ଜନସାଧାରଣଙ୍କ ସେବାରେ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି ପୁଲିସ ବିଭାଗ। ଓଡ଼ିଶା ପୁଲିସ ପାଇଁ ସ୍ବତନ୍ତ୍ର ଦିନ। ଏହି ଅବସରରେ ନୂଆ କରି ପୁଲିସ ବିଭାଗରେ ଯୋଗ ଦେଇଥିବା କର୍ମଚାରୀଙ୍କୁ ନିଜର କର୍ତ୍ତବ୍ୟ ସାଧନ ଉପରେ ପ୍ରେରଣା ଦେବା ସହ କର୍ତ୍ତବ୍ୟରତ ଅବସ୍ଥାରେ ସହିଦ ହୋଇଥିବା କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏଥିସହ କର୍ତ୍ତବ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କୃତି କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି।
    କାର୍ଯ୍ୟ ଦକ୍ଷତା ପାଇଁ କୃତି କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ