ନୂଆପଡା : ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ନେତା ବାଛୁନ୍ତି ଜନତା । ମୋଟ ୩୫୮ ବୁଥରେ ଚାଲିଛି ଭୋଟ ଗ୍ରହଣ । ୩୧୧ଟି ବୁଥରେ ସକାଳ ୭ରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମତଦାନ ହେଉଛି । ଅବଶିଷ୍ଟ ୪୭ ବୁଥରେ ସକାଳ ୭ରୁ ଅପରାହ୍ଣ ୪ଟା ଯାଏ ଚାଲିବ ଭୋଟିଂ । ୧୪ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ । ୩୫୮ ବୁଥରେ ମତଦାନ ସାବ୍ୟସ୍ତ କରିବେ ୨ଲକ୍ଷ ୫୩ ହଜାର ୬୨୪ ଭୋଟର । ସେ ମଧ୍ୟରୁ ପୁରୁଷ ଭୋଟର ସଂଖ୍ୟା ୧ ଲକ୍ଷ ୨୪ ହଜାର ୧୦୮ ଥିବା ବେଳେ ମହିଳା ଭୋଟର ୧ ଲକ୍ଷ ୨୯ ହଜାର ୪୯୫ ।

