Monday, June 29, 2026
31.6 C
Odisha

    ମକର ସଂକ୍ରାନ୍ତିରେ ଉପାସରେ ପ୍ରଭୁ ଲିଙ୍ଗରାଜ, ବନ୍ଦ ରହିଛି ସମସ୍ତ ନିତିକାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମକର ସଂକ୍ରାନ୍ତିରେ ଉପାସରେ ପ୍ରଭୁ ଲିଙ୍ଗରାଜ । ବନ୍ଦ ରହିଛି ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି । କ୍ଷୀର ଆଉଟା ନୀତିକୁ ନେଇ ଦେଖାଦେଇଛି ବିବାଦ । ଫଳରେ ମଙ୍ଗଳବାର ରାତି ୯ଟାରୁ ବନ୍ଦ ରହିଛି ନୀତିକାନ୍ତି । ଆଜି ମହାଦେବଙ୍କ ପାଖରେ ନବାନ୍ନ ଲାଗି ହୋଇଥାନ୍ତା । ହେଲେ ଗତକାଲି ସନ୍ଧ୍ୟାରୁ ଉପବାସରେ ଅଛନ୍ତି ଲିଙ୍ଗରାଜ । ନୀତି ବନ୍ଦ ନେଇ ବ୍ରାହ୍ମଣ ଓ ବଡୁ ନିଯୋଗ ପରସ୍ପରଙ୍କ ମଧ୍ୟରେ ଚାଲିଛି, ଦୋଷ ଲଦାଲଦି ।

    ଫଳରେ ଗତକାଲିଠାରୁ ଉପାସରେ ପ୍ରଭୁ ଶ୍ରୀଲିଙ୍ଗରାଜ । ଆଜି ବି ବନ୍ଦ ରହିଛି ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଗତକାଲି କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଉପୁଜିଥିଲା ଏବଂ ନୀତି ବନ୍ଦ ରହିଥିଲା । ଠାକୁରଙ୍କ ଘୃତକମ୍ବଳ ନୀତି ହୋଇପାରିନି । ଫଳରେ ଆଜି ମଧ୍ୟ ମକର ସଂକ୍ରାନ୍ତିରେ ଠାକୁରଙ୍କ ସମସ୍ତ ନୀତିକାନ୍ତି ବନ୍ଦ ରହିବ ବୋଲି କହିଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ । ଯେ ପର୍ଯ୍ୟନ୍ତ ପ୍ରଭୁ ଲିଙ୍ଗରାଜଙ୍କ ସ୍ୱତନ୍ତ୍ର ଆଇନ ନ ଆସିଛି ସେ, ପର୍ଯ୍ୟନ୍ତ ଏଭଳି ସମସ୍ୟା ଲାଗି ରହିବ ବୋଲି କହିଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.6 ° C
    31.6 °
    31.6 °
    61 %
    1.1kmh
    100 %
    Mon
    31 °
    Tue
    35 °
    Wed
    34 °
    Thu
    29 °
    Fri
    30 °

    ସମ୍ବନ୍ଧିତ