Thursday, October 1, 2026
28.5 C
Odisha

    ମଣିପୁରରେ ଥମୁନି ହିଂସା; କୁକି ଉଗ୍ରବାଦୀଙ୍କ ଆକ୍ରମଣରେ ୨ ଯବାନ ସହିଦ

    ଆଗକୁ ପଢନ୍ତୁ

    ମଣିପୁରରେ ଜାରି ରହିଥିବା ହିଂସା ଥମିବାର ନାଁ ନେଉନାହିଁ । ଲୋକସଭା ନିର୍ବାଚନର ଗୋଟିଏ ଦିନ ପରେ କୁକି ଉଗ୍ରବାଦୀମାନେ ନାରସେନା ଅଞ୍ଚଳରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌) ର ଦୁଇ ଯବାନଙ୍କ ଉପରେ ଆକ୍ରମଣ କରିଛନ୍ତି।

    ଏହି ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି। ଏସମ୍ପର୍କରେ ମଣିପୁର ପୋଲିସ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, କୁକି ଉଗ୍ରବାଦୀମାନେ ରାତି ୧୨ଟା ୩୦ମି.ରୁ ଭୋର୍ ୨ଟା ୧୫ମି. ଯାଏଁ ସିଆରପିଏଫ୍ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସହିଦ ହୋଇଥିବା ଯବାନ ବିଷ୍ଣୁପୁର ଜିଲ୍ଲାର ନାରସେନା ଅଞ୍ଚଳରେ ନିୟୋଜିତ CRPF ର ୧୨୮ ବାଟାଲିୟନର ସଦସ୍ୟ ଥିଲେ।

    ଅପରପକ୍ଷେ ଏହି ଆକ୍ରମଣରେ ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି । ପାହାଡ ଶୀର୍ଷରୁ ଉଗ୍ରବାଦୀ ମାନେ ଆକ୍ରମଣ କରୁଥିବା ବେଳେ କ୍ୟାମ୍ପ ଉପରେ ବୋମା ମାଡ଼ ମଧ୍ୟ କରିଥିଲେ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ଆକ୍ରମଣକାରୀଙ୍କୁ ଖୋଜିବାରେ ଲାଗିଛନ୍ତି ଯବାନ ।ଗତ ବର୍ଷ ମେ ୩ ରେ ମଣିପୁରରେ ହିଂସା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏପର୍ଯ୍ୟନ୍ତ ୨୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ସୁରକ୍ଷା ବାହିନୀ ସହିତ ଜଡିତ ଲୋକମାନେ ମଧ୍ୟ ହିଂସାର ଶିକାର ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    28.5 ° C
    28.5 °
    28.5 °
    71 %
    1.6kmh
    18 %
    Thu
    26 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ