Sunday, December 21, 2025
17.9 C
Odisha

    ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି ।ଏହା ମଧ୍ୟ କହିଛନ୍ତି ଅର୍ଥନୈତିକ ବିକାଶ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳର ବିକାଶ ହେବ । ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    17.9 ° C
    17.9 °
    17.9 °
    45 %
    1.5kmh
    74 %
    Sun
    17 °
    Mon
    27 °
    Tue
    27 °
    Wed
    28 °
    Thu
    28 °

    ସମ୍ବନ୍ଧିତ