Friday, January 24, 2025
17.7 C
Odisha

    ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଖାଲି ଭାତ ଦିଆଯିବା ଘଟଣା, ପ୍ରଧାନଶିକ୍ଷକ ନିଲମ୍ବିତ

    ଆଗକୁ ପଢନ୍ତୁ

    ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ-ପୋଷଣ ଅଭିଯାନ କାର୍ଯ୍ୟ କରିଆସୁଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପୁଷ୍ଟିକର ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଉଛି । ଏଥିରେ ଖିଲାପ୍ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଆସୁଛି ବିଭାଗ । ଏହିକ୍ରମରେ ଆଜି ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅଧିନସ୍ଥ ଟୋଲକାନି ଅଞ୍ଚଳର ଝାଡ଼େଶ୍ଵର ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅନିୟମିତତାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀମନ୍ତ କୁମାର ଦେହୁରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ।

    ସୂଚନାଯୋଗ୍ୟ, ଗତ କିଛି ଦିନ ହେଲାଣି ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ଲୁଣ ଲଙ୍କା ଦିଆଯାଉଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ହସ୍ତଗତ ହେବା ପରେ ଏ ସମ୍ବନ୍ଧରେ ବିଭାଗ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଏହି ତଦନ୍ତର ଫଳାଫଳ ଅନୁଯାୟୀ କାର୍ଯ୍ୟରେ ଅବହେଳା ଯୋଗୁଁ କାର୍ଯ୍ୟରତ ପ୍ରଧାନଶିକ୍ଷକଙ୍କୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.7 ° C
    17.7 °
    17.7 °
    52 %
    1.4kmh
    1 %
    Thu
    18 °
    Fri
    32 °
    Sat
    32 °
    Sun
    32 °
    Mon
    32 °

    ସମ୍ବନ୍ଧିତ