Monday, March 30, 2026
27.4 C
Odisha

    ମମତାଙ୍କୁ ଫୋନ୍‌ କଲେ ମୋହନ, ଆଳୁ ଯୋଗାଣ କରିବାକୁ ଅନୁରୋଧ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଲାଗି ରହିଥିବା ଆଳୁ ସମସ୍ୟାର ସମାଧାନ କରିବା ସହ ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଦିଲ୍ଲୀରେ ମମତା ବାନାର୍ଜୀଙ୍କ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା। ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥିପ୍ରତି ଧ୍ୟାନ ଦେଇ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ