Monday, April 6, 2026
23.6 C
Odisha

    ମର୍ଣ୍ଣିଂ ଓ୍ବାକ୍ ବେଳେ ଧକ୍କା ଦେଲା ଗାଡ଼ି: ଚାଲିଗଲା ଶିକ୍ଷୟତ୍ରୀଙ୍କ ଜୀବନ

    ଆଗକୁ ପଢନ୍ତୁ

    ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ୪୯ ନମ୍ୱର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳୁ ମର୍ଣ୍ଣିଂ ୱାକ କରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟତ୍ରୀଙ୍କ ଜୀବନ। ମୃତକ ବାଲିଆପାଳ ନିକଟସ୍ଥ ଜାମସୁଳି ଅଞ୍ଚଳର ରଶ୍ମିତା ସାହୁ ବୋଲି ଜଣାପଡିଛି। ରଶ୍ମିତା ବାଙ୍ଗିରିପୋଷି ବଜାର ନିକଟରେ ଘର ଭଡ଼ା ନେଇ ରହୁଥିବା ବେଳେ ଚନ୍ଦନପୁର ଏମଇ ସ୍କୁଲରେ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଆଜି ସକାଳୁ ୪୯ ନମ୍ୱର ଜାତୀୟ ରାଜପଥ ନିକଟରେ ସେ ମର୍ଣ୍ଣିଂ ଓ୍ବାକ୍ କରୁଥିବା ବେଳେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇ ପଳାଇଥିଲା । ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ