Monday, September 28, 2026
23.6 C
Odisha

    ମହାନଦୀରେ ଭାସୁଛି ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ

    ଆଗକୁ ପଢନ୍ତୁ

    ମହାନଦୀରେ ଭାସୁଛି ପୂର୍ବତନ ପ୍ରଫେସରଙ୍କ ମୃତଦେହ। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ। ବୈଷ୍ଣବ ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପାଖାପାଖି ରହୁଥିଲେ। ସେ ୧୫ ତାରିଖରୁ ନିଖୋଜ ଥିଲେ। ଏ ନେଇ ପରିବାର ଲୋକେ ନନ୍ଦନକାନନ ଥାନାରେ ଏତଲା ଦେଇଥିଲେ। ସକାଳେ ବୈଷ୍ଣବଙ୍କ ମୃତଦେହ ମହାନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏ ନେଇ ପୋଲିସକୁ ଜଣାଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି।
    ପୂର୍ବତନ ପ୍ରଫେସରଙ୍କ କିପରି ମତ୍ୟୁ ଘଟିଲା ଓ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ତାହାର କାରଣ ଜଣାପଡ଼ି ନାହିଁ। ବୈଷ୍ଣବ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ପୁଲିସ ପୂର୍ବତନ ପ୍ରଫେସରଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ବିଭିନ୍ନ ଦିଗକୁ ନେଇ ଘଟଣାର ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    88 %
    1.6kmh
    5 %
    Mon
    24 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ