Saturday, March 14, 2026
24.5 C
Odisha

    ମହାନଦୀ ଜଳ ବିବାଦ ଘଟଣା; ଆପୋଷ ବୁଝାମଣାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଷ୍ଣୁ ଦେଓ ସାଏ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ମହାନଦୀ ଜଳବିବାଦ ପ୍ରସଙ୍ଗ ଆପୋଷ ବୁଝାମଣାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିଥିଲେ । ମାମଲା ବିଚାରାଧୀନ ଥିବା ଛତିଶଗଡ଼ ସିଏମ ଉତ୍ତରରେ ଉଲ୍ଲେଖ କରିଛନ୍ତି । ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋସ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି।

    ଅନ୍ୟପଟେ ଆଜି ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି ଥିଲା । କିନ୍ତୁ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଶୁଣାଣି ଘୁଞ୍ଚିଲା । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢ଼ିଛି । ସମାଧାନ ପାଇଁ ଉଭୟ ପକ୍ଷ ରାଜିଥିବା AG ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ