Wednesday, October 14, 2026
22.1 C
Odisha

    ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ : ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି। ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତକ୍ରାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତେ୍ୱ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.1 ° C
    22.1 °
    22.1 °
    91 %
    0.7kmh
    70 %
    Wed
    29 °
    Thu
    30 °
    Fri
    31 °
    Sat
    31 °
    Sun
    31 °

    ସମ୍ବନ୍ଧିତ