Wednesday, August 27, 2025
23.1 C
Odisha

    ମହାପ୍ରଭୁଙ୍କ ନୀତିରେ ବଡ ବିଭ୍ରାଟ, ଚୋରି ହୋଇଗଲା ଦଶମୂଳ ମୋଦକ

    ଆଗକୁ ପଢନ୍ତୁ

    ପୁରୀ : ଅଣବସର ଏକାଦଶୀ ଦିନ ଚାଲିଥିବା ବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବାରେ ବଡ ବିଭ୍ରାଟ ଦେଖାଦେଇଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ହୋଇଥିବା ନେଇ ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି ବଳଭଦ୍ରଙ୍କ ବାଡଗ୍ରାହୀ ଶ୍ରୀ ହଳଦର ଦାସ ମହାପାତ୍ର । ମହାପ୍ରଭୁ ସୁସ୍ଥ ହେବା ପାଇଁ ଆସିଥିବା ଦଶମୂଳ ମୋଦକ ଚୋରି ହୋଇଛି । ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍‍ ଥିବା ଦେଖିବାକୁ ମିଳିଥିଲା । ତେବେ ମାରା ହୋଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା, ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦୀର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ହଳଧର ଦାସ ମହାପାତ୍ର । ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର, ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିବା ଚିଠିରେ ଉଲ୍ଲେଖ ରହିଛି । ଏ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିକ୍ରିୟା ମିଳିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.1 ° C
    23.1 °
    23.1 °
    96 %
    0.5kmh
    32 %
    Wed
    28 °
    Thu
    30 °
    Fri
    29 °
    Sat
    27 °
    Sun
    30 °

    ସମ୍ବନ୍ଧିତ