Wednesday, October 14, 2026
24.1 C
Odisha

    ମହିଳାଙ୍କୁ ଦଳିଦେଲା ହାତୀ

    ଆଗକୁ ପଢନ୍ତୁ

    ସମ୍ବଲପୁର : ସମ୍ବଲପୁର ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥକଡ଼ର ଯୁଯୁମୁରା ଅଞ୍ଚଳରେ ଥିବା ଜଙ୍ଗଲରେ ବୁଲୁଛନ୍ତି ଗୋଠଛଡ଼ା ଦନ୍ତା ଓ ହାତୀପଲ। ଲୋକ ଦେଖିଲେ ହାତୀ ଆକ୍ରମଣ କରୁଛି। ଧାନ ଅମଳ ସମୟ ହୋଇଥିବାରୁ ଗୋଠଛଡ଼ା ଦନ୍ତା ଓ ହାତୀପଲ କ୍ଷେତରେ ଉପଦ୍ରବ ସୃଷ୍ଟି କରୁଛନ୍ତି। ଜଙ୍ଗଲ ନିକଟକୁ ଲାଗିଥିବା ଗାଁର ଲୋକେ ଭୟଭୀତ ହୋଇଯାଇଛନ୍ତି। ଦିନ ଦି‘ପ୍ରହରରେ ମଧ୍ୟ ବାହାରିବାକୁ ଭୟ କରୁଛନ୍ତି। ଏହାର କାରଣ ପ୍ରାୟ ଏକ ମାସ ମଧ୍ୟରେ ହାତୀ ଆକ୍ରମଣରେ ୪ ଜଣଙ୍କର ମୃତ୍ୟୁ ହୋଇଛି।ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଆକ୍ରମଣର ଶିକାର ହୋଇଛନ୍ତି ଯୁଯୁମୁରା ବ୍ଲକ୍ ତଥା ସଦର ବନାଞ୍ଚଳ ଅନ୍ତର୍ଗତ କଂସର ଗ୍ରାମର ମୁଡକି ମୁଣ୍ଡା (୬୫)। ସୂଚନା ଅନୁସାରେ,ଆଜି ଅପରାହ୍ନ ୪ ଟା ୩୦ ସମୟରେ କଂସର ଅଞ୍ଚଳରେ ରହୁଥିବା ୬୫ ବର୍ଷୀୟା ମୁଡକି ମୁଣ୍ଡା ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡରେ ପଡିଯାଇଥିଲେ। ହାତୀଟି ବୃଦ୍ଧାଙ୍କୁ କଚାଡ଼ି ଦେଇଥିଲା। ଘଟଣାସ୍ଥଳରେ ହିଁ ମୁଡ଼କିଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ପଡ଼ିଥିବା ଦେଖି ବନ ବିଭାଗ ଓ ପୁଲିସକୁ ସୂଚନା ଦେଇଥିଲେ। ସୂଚନା ପାଇ ବନ ବିଭାଗ ଓ ପୁଲିସ ପହଞ୍ଚି ଥିଲା। ପୁଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା। ତେବେ ବୃଦ୍ଧାଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବନ ବିଭାଗ ଓ ପୁଲିସ କର୍ମଚାରୀମାନେ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଏହି ଘଟଣା ନେଇ ବନ ବିଭାଗ ଅଧିକ ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.1 ° C
    24.1 °
    24.1 °
    79 %
    1.7kmh
    74 %
    Tue
    23 °
    Wed
    29 °
    Thu
    29 °
    Fri
    31 °
    Sat
    31 °

    ସମ୍ବନ୍ଧିତ