Sunday, October 18, 2026
23.2 C
Odisha

    ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫। ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ଏହାସହ ଇପିକଲ୍ ମହିଳା ନିବେଶକଙ୍କ ପାଇଁ ସ୍ପତନ୍ତ୍ର ସେଲ୍ ଖୋଲିବ। ଆଜି ଉତ୍କର୍ଷ ଓଡିଶା କନକ୍ଲେଭରେ ମହିଳା ନିବେଶକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ରାଜ୍ୟ ତଥା ଦେଶର ସଫଳ ମହିଳା ବ୍ୟବସାୟୀଙ୍କ ସହ କଥା ହୋଇଛନ୍ତି। ଏଥିରେ ରୁଚି ଫୁଡ୍ ଲାଇନ୍, ମିଲ୍କ ମନ୍ତ୍ର, ଲୁମିନସ୍ ପାଓ୍ବାର , ଇନଡଲ୍ଜ ପ୍ରାଇଭେଟ୍ ଲିମିଟେଡ୍ ଭଳି ଓଡିଶା ଆଧାରିତ କମ୍ପାନୀର ମୁଖ୍ୟମାନେ ଯୋଗଦେଇଥିଲେ। ସମ୍ମିଳନୀର ପ୍ରଥମ ଦିନରେ ପ୍ରାୟ ୪ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି ମିଳିଛି। ଏବେ ସୁଦ୍ଧା ବିଭିନ୍ନ ଶିଳ୍ପ ସଂସ୍ଥା ସହ ୫୪ଟି ଏମଓୟୁ ସ୍ଵାକ୍ଷରିତ କରିଛନ୍ତି ରାଜ୍ୟ ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ