Thursday, September 17, 2026
26.2 C
Odisha

    ମହିଳା କମିଶନ ଭଙ୍ଗ କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାର ମହିଳା କମିଶନ ଭଙ୍ଗ କରିଛନ୍ତି। ବୁଧବାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଡ. ମିନତି ବେହେରା ନିଯୁକ୍ତି ପାଇଥିଲେ। ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନାନୁଯାୟୀ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତି ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ବର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ବାଇଁ ଓ ବିଜୟା ବରଓ୍ବାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି। ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ। ସୂଚନାଯୋଗ୍ୟ, ପୂର୍ବ ସରକାରରେ ଏମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା। ବିଜେଡି ନେତ୍ରୀ ମିନତିଙ୍କୁ ୨୦୨୨ ଅକ୍ଟୋବରରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    84 %
    1.1kmh
    58 %
    Thu
    27 °
    Fri
    31 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ