Tuesday, October 13, 2026
30.8 C
Odisha

    ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ

    ଆଗକୁ ପଢନ୍ତୁ

    ରାୟଗଡ଼ା : ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ ।  ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିର ଗଣତି ଶେଷ ହୋଇଛି ।  ଦୀର୍ଘ ଦଶ ଘଣ୍ଟା ପରେ ହୁଣ୍ଡିରୁ ନଗଦ ୫୪ ଲକ୍ଷ ୧୫ହଜାର ୯୦୨, ୧୭୬୪ ଗ୍ରାମ ରୂପା ଓ ୬୪ଗ୍ରାମ ସୁନା ବାହାରିବା ସହ ୧୧ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି ।  ମୋଟ ସଂଗ୍ରହ ଅର୍ଥ ମନ୍ଦୀର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ରାୟଗଡା ୟୁନିଅନ ବ୍ୟାଙ୍କକୁ ସ୍ଥାନାନ୍ତର କରାଯାଇଛି ।  ଆଜିର ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୧୦୦ ଜଣ ମହିଳା ସାମିଲ ହୋଇଥିଲେ ।  ଦାନ ହୁଣ୍ଡିରୁ ବାହାରିଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ  କାର୍ଯ୍ୟରେ  ଖର୍ଚ୍ଚ ହେବ ବୋଲି ମନ୍ଦିର ପରିଚାଳନା ଟ୍ରଷ୍ଟର ସଭାପତି ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.8 ° C
    30.8 °
    30.8 °
    50 %
    1.9kmh
    19 %
    Tue
    31 °
    Wed
    29 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ