Friday, September 5, 2025
24.7 C
Odisha

    ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, ପାସ୍ ହାର ୫୬.୨୩ ପ୍ରତିଶତ

    ଆଗକୁ ପଢନ୍ତୁ

    କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅପରାହ୍ନ ୨ଟା ପରେ ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ । ସପ୍ଲିମେଣ୍ଟାରୀ ପାସ ହାର ୫୬.୨୩ ଶତକଡା ରହିଛି । ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୩୪୫୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ । ଏମାନଙ୍କ ମଧ୍ୟରୁ ୧୮୪୪ ଜଣ ଛାତ୍ର ପାସ କରିଛନ୍ତି । ସେହିପରି ଓପନ ସ୍କୁଲ ଦ୍ୱିତୀୟ ପରୀକ୍ଷା ୧୦, ୮୦୯ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୫୯୭୩ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ଓପନ ସ୍କୁଲ ଦ୍ୱିତୀୟର ପାସ ହାର ରହିଛି ୫୫.୨୬ ଶତକଡା ।

    ଏହା ସହ ଛାତ୍ର ଛାତ୍ରୀ ମାନେ ମୋବାଇଲ ମାଧ୍ୟମରେ sms କରି ରେଜଲ୍ଟ ଜାଣି ପାରିବେ । ଆସନ୍ତା ସୋମବାର ଦିନ ଛାତ୍ରଛାତ୍ରୀ ମାନେ ସେମାନଙ୍କର ଡିଜିଟାଲ ସାର୍ଟିଫିକେଟ ନେଟରୁ ଡାଉନ ଲୋଡ କରିପାରିବେ । ଏକ ମାସ ପରେ ବିଦ୍ୟାଳୟରୁ ସାର୍ଟିଫିକେଟର ହାର୍ଡ କପି ଛାତ୍ରଛାତ୍ରୀ ମାନେ ସଂଗ୍ରହ କରିପାରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡର ସଭାପତି ଶ୍ରୀକାନ୍ତ ତାରାଇ ।

    ଉଲ୍ଲେଖଯୋଗ୍ୟ ଯେ, ଗତ ଜୁନ ୩୦ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷା ଜୁଲାଇ ୧୦ ତାରିଖରେ ଶେଷ ହୋଇଥିଲା । ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ରେଜଲ୍ଟ ପ୍ରୋସେସିଂ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    92 %
    1.2kmh
    100 %
    Fri
    25 °
    Sat
    31 °
    Sun
    30 °
    Mon
    29 °
    Tue
    30 °

    ସମ୍ବନ୍ଧିତ