Wednesday, November 4, 2026
22.3 C
Odisha

    ମାଡ଼ି ଆସୁଛି ଅତି ଭୀଷଣ ବର୍ଷା! ଏହିସବୁ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମାଡ଼ି ଆସୁଛି ଅତି ଭୀଷଣ ବର୍ଷା! ରାଜ୍ୟର ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ।କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସମ୍ୱଲପୁର ଓ ସୋନପୁର ଭୀଷଣରୁ ଅତିଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହାସହ ୧୯ ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

    ଏହାସହ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଯଦି ଦେଖିବା ୪ ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି।ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ୱରରେ ୨୪ ଘଣ୍ଟା ମଧ୍ୟରେ ୧୧୨.୩ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ୬୪.୬ ମିମି, ପୁରୀରେ ୫୫.୭ ମିମି ବର୍ଷା ରେକର୍ଡ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.3 ° C
    22.3 °
    22.3 °
    91 %
    0.1kmh
    100 %
    Wed
    22 °
    Thu
    25 °
    Fri
    27 °
    Sat
    27 °
    Sun
    27 °

    ସମ୍ବନ୍ଧିତ