Friday, October 9, 2026
22 C
Odisha

    ମା’ ବିରଜାଙ୍କ ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ଯାଜପୁର : ଯାଜପୁର ଜିଲ୍ଲାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲୋକଭବନରୁ ନିର୍ଦ୍ଧାରିତ ସମୟରେ ବାହାରି ସ୍ୱତନ୍ତ୍ର ହେଲିକପ୍ଟରରେ ଯାଜପୁରରେ ପହଞ୍ଚି ସେଠାରୁ ମା ବିରଜା ମନ୍ଦିରକୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି । ମାଙ୍କ ପାଖରେ ପୂଜାର୍ଚ୍ଚନା କରିବା ପରେ ନାଭିଗୟାରେ ପିଣ୍ଡଦାନ କରିବେ ମହାମହିମ । ରାଷ୍ଟ୍ରପତି ପହଞ୍ଚିବା ପରେ ମା ବିରଜାଙ୍କ ମନ୍ଦିରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମା ବିରଜାଙ୍କ ପୀଠକୁ ଖୁବ ସୁନ୍ଦର ଭାବରେ ସାଜସଜ୍ଜା କରାଯାଇଛି ।

    ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀରମୋହନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସନ୍ଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜଗନ୍ନାଥ ମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ, ଆଳତି ଏବଂ ପିଣ୍ଡଦାନ କରିବେ। ୪ ତାରିଖ ସକାଳେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହାସ୍ଥିତ ଅବକାଶ ଗୃହ ହୋଲିଡେ ହୋମ୍ ଉଦ୍‌ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ନୋଚନ କରିବେ। ପରେ ବୈଦପୁରରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍‌ଘାଟନ କରିବେ। ୪ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    90 %
    1.3kmh
    2 %
    Thu
    22 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ