Tuesday, March 24, 2026
21.9 C
Odisha

    ମା ସମଲେଶ୍ବରୀଙ୍କ ଦର୍ଶନ କରିବା ସହ ଆଶିର୍ବାଦ ନେଲେ ପ୍ରଣବ

    ଆଗକୁ ପଢନ୍ତୁ

    ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ଘୋଷିତ ହେବା ପରେ ଆଜି ସମ୍ବଲପୁର ଗସ୍ତରେ ଯାଇଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ସମ୍ବଲପୁର ଲୋକସଭା ଆସନରୁ ବିଜେଡି ସୁପ୍ରିମୋ ନବିନ ପଟ୍ଟନାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ଘୋଷଣା କରିବା ପରେ ଆଜି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଥିବାରୁ ନେତା କର୍ମୀ ବେସ ଉତ୍ସାହିତ ରହିଛନ୍ତି।
    ଏହି ଅବସରରେ ସେ ସମ୍ବଲପୁରବାସୀଙ୍କ ପ୍ରତି କୃତଜ୍ଞତା ଜଣାଇବା ସହ ଭାବବିହ୍ୱଳ ହୋଇଛନ୍ତି ପ୍ରଣବ। ପ୍ରଣବ କହିଛନ୍ତି ଯେ, ସମ୍ବଲପୁର ମାଟି ସହ ତାଙ୍କ ପରିବାରର ୬୦ ବର୍ଷର ସମ୍ପର୍କ । ଏ ମାଟି ସହ ତାଙ୍କ ବାପାଙ୍କର ସୁସମ୍ପର୍କ ରହିଥିଲା । ସମ୍ବଲପୁର ଆସିଲା ପରେ ତାଙ୍କୁ ତାଙ୍କ ଘରେ ଛିଡା ହେବା ପରି ଲାଗୁଛି । ତେବେ ସମ୍ବଲପୁରକୁ ଉନ୍ନତିର ଶିଖରକୁ ନେବା ସହ ଏହାର ରୂପାନ୍ତରୀକରଣ ପାଇଁ ତାଙ୍କୁ ଏଠାରେ ପ୍ରାର୍ଥୀ କରିଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ସମ୍ବଲପୁରବାସୀଙ୍କ ଉପରେ ସେ ଭରସା କରିଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସମ୍ମାନ ଜଣାଇବେ ବୋଲି ତାଙ୍କର ଦୃଢ ବିଶ୍ୱାସ ରହିଛି ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.9 ° C
    21.9 °
    21.9 °
    64 %
    1.9kmh
    0 %
    Tue
    35 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ