ଭୁବନେଶ୍ୱର : ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ରି ଅର୍ଗାନାଇଜ କରାଯିବ । ଜିପିଏଲଏଫ୍ , ସିପିଏଲ୍, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟସ୍ତରରେ ନୂଆ ନିଯୁକ୍ତି ଦିଆଯିବ । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ । ପୂର୍ବ ସରକାରରେ ବହୁତ ବଞ୍ଚିତ ପରିବାର ଅଛି । କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ମହିଳାଙ୍କୁ ବାହାର କରି ଦେଇଥିଲେ। ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପ୍ରୟାସ କରି ସବୁ ଘରକୁ ଗ୍ରୁପ ସହ ଯୋଡିବାକୁ ଚେଷ୍ଟା ଆରମ୍ଭ କରିଛନ୍ତି ।
ଏବେ ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ । ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ସେମାନଙ୍କୁ ବାହାର କରି ନୂଆ ଲୋକ ହେବେ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି ପାଇଁ ଚେଷ୍ଟା ହେବ । ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ପୁନଃ ସଂଗଠିତ କରାଯିବ । ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡି ଥିଲେ। ଏବେ ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ । ଏହା ପର ମାସରେ ଜିପିଏଲଫ ଓ ସିଏଲଫ, ବିଏଲଏଫଙ୍କୁ ଜିଲ୍ଲା ସ୍ତର ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଯେଉଁମାନେ ୨ ଥର୪ ବର୍ଷରୁ ଅଧିକ ରହି ସାରିଛନ୍ତି । ସେମାନେ ଆଉ ରହି ପାରିବେନି। ପୂର୍ବ ସରକାର ସେମାନଙ୍କ ଭୋଟ ପାଇଁ ରାଜନୈତିକ ଉଦେଶ୍ୟ ରଖି ତିଆରି କରାଯାଇଥିଲା । ସେଥିପାଇଁ ରାଜ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରେଜିଷ୍ଟ୍ରେସନ ନାହିଁ । ବିନା ରେଜିଷ୍ଟ୍ରେସନରେ କୋଟି କୋଟି ଟଙ୍କା ଦିଆଯାଇଛି । ରେଜିଷ୍ଟ୍ରେସନ ନ ଥିବାରୁ ଅଡ଼ିଟ ନାହିଁ । କିନ୍ତୁ ଏବେ ମହିଳାଙ୍କ ବିକାଶ ପାଇଁ କାମ କରିବେ ନୂଆ ସରକାର। ପାତର ଅନ୍ତର ହେବ ନାହିଁ ।