Monday, December 22, 2025
26.6 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

    ଆଗକୁ ପଢନ୍ତୁ

    ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ୩ ଜାନୁଆରୀ ୨୦୨୪ରେ ଶେଷ ହୋଇସାରିଛି । ନୂତନ ସଦସ୍ୟ ନିଯୁକ୍ତ ହୋଇନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ । ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି । ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାରୁ ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ୱିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି ।

    ନୂତନ ଜାତିକୁ ଏସ୍ଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସ୍ସିବିସିଙ୍କ ମୁଖ୍ୟ ଭୂମିକା ରହିଛି । ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି । ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ । ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    26.6 ° C
    26.6 °
    26.6 °
    28 %
    2.3kmh
    32 %
    Mon
    24 °
    Tue
    27 °
    Wed
    27 °
    Thu
    27 °
    Fri
    28 °

    ସମ୍ବନ୍ଧିତ