Friday, April 3, 2026
27 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ: ଓଡ଼ିଶାରେ ବନ୍ଦର ଭିତ୍ତିକ ଶିଳ୍ପ ବିକାଶକୁ ଗୁରୁତ୍ବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଅକ୍ଷୟ ଶକ୍ତିର ଉତ୍ପାଦନ ଏବଂ କୋଲ୍‌ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା।

    ସୂଚନାଯୋଗ୍ୟ, ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ବରାନ୍ବିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ ରିଆତି ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‍ ଟନ୍‌କୁ ବୃଦ୍ଧି ପାଇବ। ୫୦୦୦ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ। ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27 ° C
    27 °
    27 °
    42 %
    1.2kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ