Wednesday, June 24, 2026
35.5 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ । ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ କହିଲେ ସିଏମ । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ବୟକୁ ଆହୁରି ସୁଦୃଢ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।

    କେନ୍ଦ୍ର ସରକାର ଓ ଓଡ଼ିଶା ସରକାର ମଧ୍ୟରେ ସମନ୍ୱୟକୁ ଆହୁରି ମଜବୁତ କରିବା ସହ ରାଜ୍ୟରେ ସାମାଜିକ ନ୍ୟାୟ ଏବଂ କଲ୍ୟାଣମୂଳକ ଯୋଜନାଗୁଡ଼ିକର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଜ୍ୟମନ୍ତ୍ରୀ ବୁଧବାର ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଭୟ ନେତା ରାଜ୍ୟରେ ସାମାଜିକ ନ୍ୟାୟ ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ ଏବଂ ଦିବ୍ୟାଙ୍ଗଜନଙ୍କ କଲ୍ୟାଣ ସମ୍ପର୍କିତ ଯୋଜନା ଉପରେ ଆଲୋଚନା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    35.5 ° C
    35.5 °
    35.5 °
    37 %
    0.7kmh
    49 %
    Wed
    33 °
    Thu
    39 °
    Fri
    38 °
    Sat
    37 °
    Sun
    33 °

    ସମ୍ବନ୍ଧିତ