Saturday, January 10, 2026
17.9 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ, ୧୧ ଟି ପ୍ରସ୍ତାବ ଅନୁମୋଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ୩୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
    କ୍ୟାବିନେଟ ବୈଠକରେ ମୋଟ ୮ ଟି ବିଭାଗର ୧୧ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ ମୁଖ୍ୟ ଶାସନ ସଚିବ l ତନ୍ମଧ୍ୟରେ ଶିଳ୍ପ ବିଭାଗ, ଗୃହ ( ସ୍ୱରାଷ୍ଟ୍ର)ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ରାଜସ୍ବ ଆଦି ବିଭାଗ ପ୍ରତ୍ୟେକରୁ ଗୋଟିଏ ଲେଖାଏଁ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ୩ଟି ଏବଂ ଜଳସମ୍ପଦ ବିଭାଗର ୨ ଟି, ଏହିପରି ମୋଟ ୧୧ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଗତ କରାଯାଇ ଆଲୋଚନା ପୂର୍ବକ ସମସ୍ତ ପ୍ରସ୍ତାବ ଅନୁମୋଦନ କରାଯାଇଥିବା ଜଣାଯାଇଛି l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    17.9 ° C
    17.9 °
    17.9 °
    23 %
    1.5kmh
    99 %
    Sat
    26 °
    Sun
    28 °
    Mon
    29 °
    Tue
    29 °
    Wed
    29 °

    ସମ୍ବନ୍ଧିତ