Tuesday, September 29, 2026
23.8 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବର୍ଷର ଶେଷ ଶୁଣାଣି: ୬ ପାଳିରେ ଆସିଥିବା ଅଭିଯୋଗ ମଧ୍ୟରୁ ୭୮% ମାମଲାର ସମାଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ସପ୍ତମ ପାଳି। ଚଳିତ ବର୍ଷର ଏହା ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଥିଲେ। ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

    ସପ୍ତମ ପାଳି ଶୁଣାଣି ଆରମ୍ଭରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ପ୍ରଥମେ ୪୦ ଜଣ ଭିନ୍ନକ୍ଷମଙ୍କୁ ଭେଟିଥିଲେ। ବୌଦ୍ଧର ହେରମ୍ବ ଗିରିଙ୍କ ୭ ବର୍ଷର ନାବାଳକ ପୁଅ ପ୍ରତ୍ୟୁଷ ଅଜଣା ଜଟିଳ ରୋଗରେ ପୀଡ଼ିତ। ପିଲାଟିର ଦୁଇଟି ଯାକ ଆଖି ନଷ୍ଟ ହୋଇଯାଇଛି। ବାପା ମା’ ଦୁହେଁ ଚିକିତ୍ସା ବାବଦରେ ଦୌଡ଼ି ଦୌଡ଼ି ଟଙ୍କା ଖର୍ଚ୍ଚ କରିସାରିବା ପରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ପିଲାଟିର ସ୍ୱାସ୍ଥ୍ୟ ଅବସ୍ଥା ଦେଖିବା ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ଆମ୍ବୁଲାନ୍ସ ଡାକି ଡାକ୍ତରଖାନା ପଠାଇବା ପାଇଁ କହିଥିଲେ। କଟକ ବଡ଼ ଡାକ୍ତରଖାନାରେ ପିଲାଟି ଚିକିତ୍ସା ପାଇଁ ଭର୍ତ୍ତି ହୋଇଛି। ପିଲାଟିର ଚିକିତ୍ସା ବାବଦକୁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ଏସ୍‌ସିବି ଚର୍ମରୋଗ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ଜୟଶ୍ରୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ଗୀତାଞ୍ଜଳି ସେଠୀ ଓ ଚକ୍ଷୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ରମାମଣି ଦଲେଇଙ୍କୁ ‌ନେଇ ୩ ଜଣିଆ କମିଟି ଗଠନ କରାଯାଇଛି।

    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି। ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି। ବାକି ରହିଥିବା ଅଭି‌ଯୋଗଗୁଡ଼ିକର ଖୁବଶୀଘ୍ର ସମାଧାନ କରାଯିବ। ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିଛି। ଆଗାମୀ ଦିନରେ ଆରଡିସି ସ୍ତରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ କାର୍ଯ୍ୟକାରୀ କରିବାର ଯୋଜନା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶୁଣାଣି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ ସିଂହ ଓ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ