Thursday, October 22, 2026
20 C
Odisha

    ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଆମ ବସ୍‌ ଡ୍ରାଇଭରଙ୍କୁ ଦିଆଯିବ ନିୟମିତ ଟ୍ରେନିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ରାଜ୍ୟ ସରକାରଙ୍କ ‘ଆମ ବସ୍‌’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍‌ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ। ଡ୍ରାଇଭରମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏମ୍‌ଭିଆଇମାନଙ୍କ ଦ୍ୱାରା ଆମ ବସ୍‌ଗୁଡ଼ିକର ଫିଟନେସ୍‌ ଯାଞ୍ଚ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବାଣିଜ୍ୟ ଓ ପରିବହନ ବିଭାଗକୁ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    20 ° C
    20 °
    20 °
    73 %
    1kmh
    72 %
    Thu
    29 °
    Fri
    29 °
    Sat
    28 °
    Sun
    28 °
    Mon
    25 °

    ସମ୍ବନ୍ଧିତ