Sunday, October 11, 2026
22.8 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି: ମାର୍ଚ୍ଚ ୩ ପାଇଁ ସର୍ବାଧିକ ୧୦୦୦ ଜଣଙ୍କୁ ପଞ୍ଜୀକରଣ ଅନୁମତି!

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ମାର୍ଚ୍ଚ ୩ ତାରିଖ (ସୋମବାର) ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହେବ। ଏହି ଶୁଣାଣିରେ ସାମିଲ ହେବା ପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    82 %
    0.9kmh
    0 %
    Sat
    22 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ