Wednesday, October 7, 2026
22.5 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,କେନ୍ଦୁପତ୍ର ତୋଳାଳିଙ୍କୁ ମିଳିବ ଏସବୁ ସହାୟତା

    ଆଗକୁ ପଢନ୍ତୁ

    ଦେବଗଡ଼  :   ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବନିର୍ମିତ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ବାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

    ଏଥିରେ କେନ୍ଦୁପତ୍ର ତୋଳାଳିଙ୍କ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡ଼ା ପାଇଁ ୨୦୦ ଟଙ୍କା, ତୋଳାଳି ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳିଙ୍କ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

    ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସପ୍ନ ସମ୍ଭବ ହୋଇପାରିବ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଏପରି କି ଦେବଗଡ଼ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବେ ଗଢି ତୋଳିବା ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ବିଦ୍ୟୁତ୍‌ ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବାକୁ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଥିବା ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    88 %
    1.7kmh
    0 %
    Wed
    22 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ