Wednesday, October 7, 2026
23.2 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଶିଶୁବାଟିକାରେ ନିଯୁକ୍ତି ହେବେ ଶିଶୁ ସେବିକା: ଦରମା ମିଳିବ…

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲୁକା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି ଦେବେ । ଏହାଦ୍ୱାରା ପ୍ରାକ-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି।

    ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି। ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି। ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ। ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଯତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି ।

    ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ