Monday, September 28, 2026
24.7 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍‌ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଏମ୍‌ସିପିଏଲ୍‌ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ। ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସ୍ଥିର ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପରେ ୪୩୮୨.୨୧ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ)। ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି। ଉଲ୍ଲେଖଯୋଗ୍ୟ, ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ୍ ଅଧୀନ ଧାମନଗର ଛକଠାରେ ହେବ। ଧାମନଗର ଛକଠାରେ ପ୍ରସ୍ତାବିତ ଟେକ୍ସଟାଇଲ ପାର୍କ ନିର୍ମାଣ ନିମନ୍ତେ ପୂର୍ବରୁ ଜମି ଅଧିଗ୍ରହଣ ହୋଇସାରିଥିଲା। କିନ୍ତୁ କାମ ଆରମ୍ଭ ହୋଇପାରୁ ନ ଥିଲା। ପ୍ରଥମେ ଏହି ସ୍ଥାନରେ ଧରଣୀ ସୁଗାର କମ୍ପାନି ଚିନିକଳ ନିର୍ମାଣ ପାଇଁ ୧୯୯୫ରେ ଧାମନଗର ଛକ ଜାତୀୟ ରାଜପଥ ପାର୍ଶ୍ୱରେ ୨୩୫ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇଥିଲା। ଯାହା ଏବେ
    ଇଡ୍‌କୋ ଅଧୀନରେ ଅଛି। କିନ୍ତୁ ଚିନିକଳ ବସିଲା ନାହିଁ। ଅଧିକୃତ ହୋଇଥିବା ଜମିରେ ରାଜ୍ୟ ସରକାର ଫୁଡ୍ ପାର୍କ କରିବାକୁ କହିଥିବା ବେଳେ କେନ୍ଦ୍ର ସରକାର ଟେକ୍ସଟାଇଲ୍ ପାର୍କ ନିର୍ମାଣ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେଇଥିଲେ। ଅଧୀକୃତ ଜମି ମଧ୍ୟରୁ ଟେକ୍ସଟାଇଲ୍ ପାର୍କ ପାଇଁ ୫୬ ଏକର ଜମି ଇଡ୍‌କୋ ପ୍ରଦାନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    86 %
    1.6kmh
    4 %
    Mon
    25 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ