Sunday, April 5, 2026
36.1 C
Odisha

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ମୁଣ୍ଡପିଛା ମାସିକ ୫ କିଲୋଗ୍ରାମ ଅତିରିକ୍ତ ଚାଉଳ ମାଗଣାରେ ମିଳିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାକୁ ମୋହର । ରାଜ୍ୟରେ ଖାଉଟୀଙ୍କୁ ଆବଶ୍ୟକତା ଅନୁଯାୟୀ ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ଏହି ଯୋଜନା । ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ ମାଧ୍ୟମରେ ‘ଜାତୀୟ ଖାଦ୍ୟ ସୁରକ୍ଷା ଆଇନ’ (NFSA) ତଥା ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ (SFSS) ଅଧୀନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ପାଇଁ ସ୍ଥିର କରିଛନ୍ତି ।

    ଏହି ଯୋଜନା ମାଧ୍ୟମରେ, ରାଜ୍ୟର ଟାରଗେଟେଡ୍ ପବ୍ଲିକ୍ ଡିଷ୍ଟ୍ରିବ୍ୟୁସନ୍ ସିଷ୍ଟମ୍ ଅଧୀନସ୍ଥ ସମସ୍ତ ହିତାଧିକାରୀ ପରିବାର ପାଇଁ, ସେମାନଙ୍କ ମାସିକ ନିୟମିତ ଧାର୍ଯ୍ୟ ଚାଉଳ କୋଟା ବ୍ୟତୀତ, ମୁଣ୍ଡପିଛା ମାସିକ ୫ କିଲୋଗ୍ରାମ ଅତିରିକ୍ତ ଚାଉଳ ମାଗଣାରେ ବଣ୍ଟନ କରାଯିବ ।

    ଆଜି ରାଜ୍ୟ କ୍ୟାବିନେଟ ଏହାକୁ ମଞ୍ଜୁରୀ ଦେଇଛି । ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଥିବା ୯୭ ଲକ୍ଷ ୯୭ ହଜାର ୫୭୨ ପରିବାର ଉପକୃତ ହେଉଛନ୍ତି । ସେହିଭଳି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୨ ଲକ୍ଷ ୯୮ ହଜାର ୭୨୫ ପରିବାର ଉପକୃତ ହେଉଛନ୍ତି । ଉଭୟ ଯୋଜନାରେ ସମୁଦାୟ ୧ କୋଟି ୯୬ ହଜାର ୨୯୭ ପରିବାରର ୩ କୋଟି ୨୮ ଲକ୍ଷ ୫୨ ହଜାର ୪୨୯ ସଦସ୍ୟ ଉପକୃତ ହେଉଛନ୍ତି । ଏହି ସମସ୍ତ ହିତାଧିକାରୀ ବର୍ତ୍ତମାନ ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ସୁବିଧା ପାଇବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    36.1 ° C
    36.1 °
    36.1 °
    24 %
    2.5kmh
    40 %
    Sun
    35 °
    Mon
    37 °
    Tue
    37 °
    Wed
    39 °
    Thu
    37 °

    ସମ୍ବନ୍ଧିତ