Sunday, October 18, 2026
23.2 C
Odisha

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା : ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆର ପ୍ରାୟୋଜକ ଅବଧି ସମୟକୁ ୨୦୩୬ ମସିହା ପର୍ଯ୍ୟନ୍ତ ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି। ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆର ପ୍ରାୟୋଜକ ଅବଧି ସମୟକୁ ୨୦୩୩ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ ଯୋଗାଇଦେବେ।ରାଜ୍ୟ ଅତିଥି ଭବନଠାରେ ଆଜି ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କି ଓ ସମ୍ପାଦକ ଭୋଳାନାଥ ସିଂହ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ବେଳେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଥିଲେ। ଏହି ଅବସରରେ ସେମାନେ କହିଥିଲେ ଯେ ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ଏବଂ ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବାକୁ ହେବ।ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ ହକି ପ୍ରତି ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ