Thursday, September 17, 2026
30.3 C
Odisha

    ମୁଖ୍ୟଶାସନ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ଆଉ ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ ଓଡ଼ିଶାର ମୁଖ୍ୟଶାସନ ସଚିବ ଦାୟିତ୍ବରେ ରହିବେ ଶ୍ରୀ ଆହୁଜା।

    ସୂଚନାଯୋଗ୍ୟ, କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରି ମୁଖ୍ୟ ଶାସନ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ସେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।ଶ୍ରୀ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହୋଇ କାର୍ଯ୍ୟ କରୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    65 %
    1.2kmh
    7 %
    Thu
    31 °
    Fri
    31 °
    Sat
    32 °
    Sun
    30 °
    Mon
    31 °

    ସମ୍ବନ୍ଧିତ