Saturday, October 10, 2026
24.4 C
Odisha

    ମୁମ୍ବାଇରେ ନବୀନଙ୍କ ସଫଳ ଅସ୍ତ୍ରୋପଚାର, ସପ୍ତାହେ ପରେ ଫେରିବେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି। ମୁମ୍ବଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର ହୋଇଛି। ତାଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଏହି ଅସ୍ତ୍ରୋପଚାର କରାଯାଇଛି। ଡାକ୍ତର ପଣ୍ଡାଙ୍କ ସୂଚନା ଅନୁସାରେ, ନବୀନ ବର୍ତ୍ତମାନ ଡାକ୍ତରଙ୍କ ନିରୀକ୍ଷଣରେ ଅଛନ୍ତି। ଦୁଇରୁ ତିନି ଦିନ ସେ ନିରୀକ୍ଷଣରେ ରହିବେ। ୫-୭ ଦିନ ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଆଶା କରାଯାଉଛି। ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ଡା. ରାଜଶେଖର ଓ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନଙ୍କ ଉପସ୍ଥିତିରେ ପ୍ରାୟ ୨ ଘଣ୍ଟା ଚାଲିଥିଲା ଅପରେସନ। ଚିକିତ୍ସା ସମୟରେ ନବୀନଙ୍କ ଭାଇ ପ୍ରେମ ପଟ୍ଟନାୟକ ଏବଂ ଭାଉଜ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ