Thursday, April 23, 2026
34 C
Odisha

    ମେ’ ୨ୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ : ବୋର୍ଡ ସଭାପତି

    ଆଗକୁ ପଢନ୍ତୁ

    କଟକ : ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ । ଆଉ ଦୁଇଦିନ ମଧ୍ୟରେ ସରିବ ଖାତା ଦେଖା । ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି ବୋଲି ବୋର୍ଡ ସଭାପତି କହିଛନ୍ତି ।

    ସୂଚନା ଅନୁସାରେ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିଥିଲା । ଏହା ପରେ ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା । ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    34 ° C
    34 °
    34 °
    11 %
    1.7kmh
    16 %
    Thu
    36 °
    Fri
    43 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ