Thursday, September 10, 2026
26.1 C
Odisha

    ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା, ଆଜି ସମସ୍ତ ସ୍କୁଲ୍ ବନ୍ଦ

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ସମସ୍ତ ସ୍କୁଲ୍ ପାଇଁ ଛୁଟି ଘୋଷଣା କରିଛନ୍ତି। ଫଳରେ ଆଜି ମୟୂରଭଞ୍ଜ ଜିଲ୍ଲାରେ ସରକାରୀ ଓ ବେସରକାରୀ, ଉଭୟ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିବ ।

    ଅନ୍ୟପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସବୁଠାରୁ ଅଧିକ ବର୍ଷାର ଆଶଙ୍କା ମୟୂରଭଞ୍ଜ ଜିଲ୍ଲାରେ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ସମୟରେ ରାସ୍ତାଘାଟରେ ପାଣି ଜମିବା ସହ ଯାତାୟାତରେ ସମସ୍ୟା ଉପୁଜିବାର ଆଶଙ୍କା ରହିଛି । ତେଣୁ ଛାତ୍ରଛାତ୍ରୀମାନଙ୍କୁ ବର୍ଷା ସମୟରେ ଅନାବଶ୍ୟକ ଭାବେ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ପରିସ୍ଥିତି ଉପରେ ଜିଲ୍ଲା ପ୍ରଶାସନ ନଜର ରଖିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    26.1 ° C
    26.1 °
    26.1 °
    89 %
    1.4kmh
    100 %
    Thu
    27 °
    Fri
    28 °
    Sat
    29 °
    Sun
    28 °
    Mon
    30 °

    ସମ୍ବନ୍ଧିତ