Sunday, October 18, 2026
29.7 C
Odisha

    ଯୁଦ୍ଧ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଅତ୍ୟାବଶ୍ୟକ ଦ୍ରବ୍ୟ ହୋର୍ଡ଼ିଂ କରୁଥିବା ବ୍ୟବସାୟୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଆବଶ୍ୟକତା ଅନୁଯାୟୀ ପେଟ୍ରୋଲିୟମ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ଅଛି । ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଯେପରି ଅତ୍ୟାବଶ୍ୟକ ଦ୍ରବ୍ୟ ଗୁଡ଼ିକର କଳାବଜାରୀ ନହୁଏ, ସେଥିପ୍ରତି ସଜାଗ ରହିବା ସହିତ ରାଜ୍ୟବ୍ୟାପୀ ଚଢ଼ାଉ କରି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    ରବିଋତୁ ଚାଷ ପାଇଁ ଯଥେଷ୍ଟ ସାର ମହଜୁଦ ରଖିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଏ ସମସ୍ୟା ବିଷୟରେ ରାଜ୍ୟବାସୀ ଯେପରି ଆଶଙ୍କିତ ନ ହୁଅନ୍ତି, ସେଥିପ୍ରତି ସରକାରୀସ୍ତରରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ପାଇଁ ଉଭୟ ପେଟ୍ରୋଲ ଓ ଏଲ୍.ପି.ଜି ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା ସୃଷ୍ଟି ହୋଇଛି । ରାଜ୍ୟରେ ଏ ସବୁ ସାମଗ୍ରୀର ଉପଲବ୍ ଧତା ଓ ବଣ୍ଟନ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ବୈଠକ ଡାକିଥିଲେ । ମୁଖ୍ୟ ସଚିବ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସମସ୍ୟାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସବିସ୍ତୃତ ବିବରଣୀ ରଖିଥିଲେ । ବୈଠକରେ ପେଟ୍ରୋଲ, ରନ୍ଧନ ଗ୍ୟାସ ଓ ସାର ଯୋଗାଣ ଯେପରି ଅବ୍ୟାହତ ରହିବ, ସେ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.7 ° C
    29.7 °
    29.7 °
    59 %
    1.5kmh
    83 %
    Sun
    29 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ