Monday, August 25, 2025
22.7 C
Odisha

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ

    ଆଗକୁ ପଢନ୍ତୁ

    ନବରଙ୍ଗପୁର : ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ଅଞ୍ଚଳରୁ ଆସିଛି ଏପରି ଲୋମଟାଙ୍କୁରା ଅଭିଯୋଗ । କାଲି ରାତିରୁ ଯୁବତୀ ଜଣକ ଘର ପାଖ ପଡିଆକୁ ଶୌଚ ଯାଇ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ଖୋଜା ଖୋଜି କରିବା ପରେ ରାତି ସାଢେ ୧୦ଟାରେ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଳେ । ଯୁବତୀଙ୍କୁ ତୁରନ୍ତ କୋଷାଗୁମୁଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ଓ ପରିବାର । ଖବର ପାଇ ପୋଲିସ , ସାଇଣ୍ଟିଫିକ୍ ଟିମ୍ ଏବଂ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି । ଯୁବତୀଙ୍କ ଶବ ବ୍ୟବଚ୍ଛ୍ୟେଦ ରିପୋର୍ଟ ଆସିବା ପରେ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ଏସଡିପିଓ । ସେପଟେ ଯୁବତୀଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ବିଜେଡି ନେତା ପ୍ରଦୀପ ମାଝୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    96 %
    1.5kmh
    100 %
    Mon
    25 °
    Tue
    28 °
    Wed
    29 °
    Thu
    29 °
    Fri
    31 °

    ସମ୍ବନ୍ଧିତ