Wednesday, October 7, 2026
30.3 C
Odisha

    ଯେଉଁମାନେ ଅପପ୍ରଚାର କରୁଛନ୍ତି ସେମାନଙ୍କୁ ପ୍ରଭୁ ଜଗନ୍ନାଥ ସଦବୁଦ୍ଧି ଦିଅନ୍ତୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢିବାକୁ ନେଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ ପ୍ରକାର ଗୁଜବ ଓ ମିଥ୍ୟା ପ୍ରଚାର କରାଯାଉଛି। ନବୀନଙ୍କୁ କିଛି ଲୋକ ଚକ୍ରାନ୍ତ କରି କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବାକୁ ପ୍ରେରଣ କରିଥିବା ନେଇ ପ୍ରଚାର କରାଯାଉଛି। ଯାହାକୁ ନିନ୍ଦା କରିବା ସହ ଏପରି ଗୁଜବ ଓ ଅପପ୍ରଚାର କରୁଥିବା ଲୋକଙ୍କୁ ପ୍ରଭୁ ଜଗନ୍ନାଥ ସଦବୁଦ୍ଧି ଦିଅନ୍ତୁ ବୋଲି ନବୀନ କହିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ନବୀନ ପୋଷ୍ଟ କରି ଲେଖିଛନ୍ତି ‘‘ମୋର କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ନେଇ କିଛି ନ୍ୟସ୍ତ ସ୍ୱାର୍ଥ ଥିବା ବ୍ୟକ୍ତିଙ୍କ ଦ୍ଵାରା ସାମାଜିକ ଗଣମାଧ୍ୟମରେ କରାଯାଉଥିବା ଗୁଜବ ଓ ମିଥ୍ୟା ପ୍ରଚାରର ଦୃଢ଼ ନିନ୍ଦା କରୁଛି। ଏମାନେ ହେଉଛନ୍ତି ସେହି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତି ଯେଉଁମାନେ ଗତ ନିର୍ବାଚନ ସମୟରେ ବିଭିନ୍ନ ବିଷୟରେ ମିଛ କାହାଣୀ ଶୁଣାଇ ଥିଲେ। ଏପରି କି ରାଜନୈତିକ ଫାଇଦା ପାଇଁ ବିଭିନ୍ନ ବିଷୟକୁ ନେଇ ଗୁଜବ କରିବାକୁ ପଛାଇ ନଥିଲେ। ଏପରି ବିଭ୍ରାନ୍ତି ସୃଷ୍ଟି କରୁଥିବା ବ୍ୟକ୍ତିମାନେ ସମସ୍ତେ କିଏ ଓଡ଼ିଶାବାସୀ ଏବେ ଠିକ୍ ବୁଝିଲେଣି। ପ୍ରଭୁ ଜଗନ୍ନାଥ ଏପରି ଗୁଜବ ତଥା ଅପପ୍ରଚାରରୁ ଦୂରେଇ ରହିବା ପାଇଁ ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ।’’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ