Thursday, April 2, 2026
38.5 C
Odisha

    ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ

    ଆଗକୁ ପଢନ୍ତୁ

    ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ହେଲେ ହେବନି ରତ୍ନଭଣ୍ଡାରର ଗଣତି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ତେଣୁ ଆଜି ଗଣତି ହେବନି, ଭିତର ଓ ବାହାରର ଚାବି ଖୋଲାଯିବ । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି ।

    ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି । ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି । ରତ୍ନଭଣ୍ଡାରର ସମସ୍ତ ରତ୍ନକୁ ରଖିବା ପାଇଁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛି ୬ଟି ଅସ୍ଥାୟୀ ସିନ୍ଦୁକ । ଏହି ୬ଟି ଅସ୍ଥାୟୀ କାଠ ସିନ୍ଦୁକରେ ରଖାଯିବ ସମସ୍ତ ଅଳଙ୍କାର । ଅଳଙ୍କାରକୁ ସିନ୍ଦୁକରେ ରଖି ସ୍ଥାନାନ୍ତର କରାଯିବ । ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.5 ° C
    38.5 °
    38.5 °
    17 %
    3.1kmh
    51 %
    Thu
    38 °
    Fri
    41 °
    Sat
    39 °
    Sun
    38 °
    Mon
    41 °

    ସମ୍ବନ୍ଧିତ