Saturday, October 10, 2026
24.4 C
Odisha

    ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୁଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

    ବିଭିନ୍ନ ଜିଲ୍ଲାରେ ଡାଇରିଆ ପରିସ୍ଥିତି ଥିବା ଯୋଗୁ ସ୍ୱାସ୍ଥ୍ୟ ବିଭାଗ ସହିତ ଅନ୍ୟ ସମସ୍ତ ସମ୍ପୃକ୍ତ ବିଭାଗ ରଥଯାତ୍ରା ପୂର୍ବରୁ ସୁନାବେଶ ପର୍ଯ୍ୟନ୍ତ ଏହା ଉପରେ ସମ୍ପୂର୍ଣ୍ଣ ନଜର ରଖିବା ଆବଶ୍ୟକ। କୌଣସି ସ୍ଥାନରେ ଯେପରି ଅସ୍ୱାସ୍ଥ୍ୟକର ଖାଦ୍ୟ କିମ୍ବା ପାଣି ବିକ୍ରି ନହୁଏ ତାହା ସୁନିଶ୍ଚିତ କରିବା ଅତ୍ୟନ୍ତ ଜରୁରୀ। ଏହା ସହିତ ସବୁ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଓ ସ୍ୱାସ୍ଥ୍ୟକର ଖାଦ୍ୟ ମଧ୍ୟ ଉପଲବ୍ଧ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସୁରୁଖୁରୁରେ ଏବଂ ଠିକ୍ ସମୟରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କ ସହଯୋଗ କାମନା କରିଥିଲେ।

    ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆମ ସାଂସ୍କୃତିର ସବୁଠାରୁ ଗୌରବମୟ ପରିଚୟ। କୋଟି କୋଟି ଲୋକଙ୍କ ଭାବାବେଗ ଏଥିରେ ଜଡ଼ିତ ଅଛି। ତେଣୁ, ଏହାର ସୁପରିଚାଳନା କେବଳ ଏକ ସରକାରୀ ଦାୟିତ୍ୱ ନୁହେଁ, ବରଂ ଏକ ପବିତ୍ର କର୍ତ୍ତବ୍ୟ। ତେଣୁ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବେସରକାରୀ ସଂସ୍ଥା ସମସ୍ତେ ସମନ୍ୱୟ ରଖି ଏହାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରଥଯାତ୍ରା ସୁରୁଖୁରୁରେ ସମ୍ପାଦିତ ହେବାପାଇଁ ନିଆ ଯାଇଥିବା ପଦକ୍ଷେପ,ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ଏବଂ ପୁଲିସ୍ ମହାନିର୍ଦ୍ଦେଶକ ଆଇନଶୃଙ୍ଖଳା ବ୍ୟବସ୍ଥା ବିଷୟ ରେ ସୂଚନା ପ୍ରଦାନ କରିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓ ଅତିଥିମାନେ ପୁରୀ ଜିଲ୍ଲା ପ୍ରଶାସନର ସୂଚନା ପୁସ୍ତିକା ରୂପରେଖ ଉନ୍ମୋଚନ କରିଥିଲେ।

    ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା କ୍ରୀଡ଼ା ଓ ଯୁବସେବା ତଥା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଗଣ, ଜିଲ୍ଲା ପ୍ରଶାସନର ଅଧିକାରୀଗଣ , ସେବାୟତ ଓ ମଠାଧୀଶ ଗଣ ଯୋଗଦେଇଥିଲେ।
    ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ଯାଇ ସେଠାରେ ହୋଇଥିବା ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବୁଲି ଦେଖିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ