Saturday, February 21, 2026
34.5 C
Odisha

    ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରି ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

    ସୂଚନାଯୋଗ୍ୟ : ଏହି ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ଏଥିପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍‌ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    15 %
    2.3kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ