Friday, October 2, 2026
22.9 C
Odisha

    ରଥଯାତ୍ରା ପ୍ରସ୍ତୁତି ବୈଠକ

    ଆଗକୁ ପଢନ୍ତୁ

    ପୁରୀ : ଚଳିତ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ। ରଥଯାତ୍ରା ପ୍ରସ୍ତୁତିରେ ଯେପରି କୌଣସି ପ୍ରକାର ତ୍ରୁଟି ନହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ପୋଲିସ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।  ଟ୍ରାଫିକ ପରିଚାଳନା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ସିସିଟିଭି ଲଗାଯିବ, ଭିଡ଼ ନିୟନ୍ତ୍ରଣ ପାଇଁ ଆବଶ୍ୟକ ସଂଖ୍ୟକ ପୋଲିସ ମୁତୟନ, ରଥଯାତ୍ରା ପରିଚାଳନା ଉପରେ ଗୁରୁତ୍ବ ଦିଆଯାଇଛି ।

    ସେହିପରି ବିଭିନ୍ନ ବିଭାଗର ସେବା ପ୍ରଦାନକୁ ସମନ୍ୱତ କରିବା ପାଇଁ ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର, ଯାନ ବାହନ ପାଇଁ ପାର୍କିଂ ବ୍ୟବସ୍ଥା, ରଥ ନିର୍ମାଣ ପ୍ରସ୍ତୁତି, ରଥଟଣା ସୁବ୍ୟବସ୍ଥା, ବଡଦାଣ୍ଡର ପ୍ରସ୍ତୁତି, ବିଶିଷ୍ଟ ଅତିଥି ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ଡିଜିପି ୱାଇ. ବି. ଖୁରାନିଆ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ତଥା ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।  ସେହିପରି ଆଭାସୀ ମାଧ୍ୟମରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ, ଜିଲ୍ଲପାଳ, ପୁରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ପୁରୀ ଏବଂ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ