Monday, October 19, 2026
21.9 C
Odisha

    ରଥଯାତ୍ରା: ଶରଧାବାଲି ଅଭିମୁଖେ ଗଡ଼ିଲା ରଥ

    ଆଗକୁ ପଢନ୍ତୁ

    ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି। ବଡ଼ଦାଣ୍ଡରେ ଭକ୍ତମାନଙ୍କର ଗହଳି ଲାଗିଛି। ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇଛି। ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ପହଞ୍ଚିବା ଆଶା କରାଯାଉଛି। ରାଜ୍ୟର ଚାରିଆଡୁ ଶ୍ରଦ୍ଧାଳୁ ପୁରୀ ମୁହାଁ ହୋଇଛନ୍ତି। ରଥାରୁଢ଼ କାଳିଆ ସାଆନ୍ତଙ୍କ ଦର୍ଶନ ପାଇଁ ଦେଶ-ବିଦେଶରୁ ଭକ୍ତ ଆସି ପୁରୀ ପହଞ୍ଚିଛନ୍ତି।
    ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି। ସବୁଠାରୁ ବଡ଼ କଥା ହେଲା ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ପରିଚାଳନା।

    ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି, ଚଳିତବର୍ଷ ପୁଲିସ ବ୍ୟବସ୍ଥାକୁ ୮ଟି ଭାଗରେ ବିଭକ୍ତ କରାଯାଇଛି। ଟ୍ରାଫିକ୍‌ ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର ସୁରକ୍ଷା, କର୍ଡନ ଭିତର ସୁରକ୍ଷା, କର୍ଡନ ବାହାର ସୁରକ୍ଷା, ଗହଳି ନିୟନ୍ତ୍ରଣ, ସୁରକ୍ଷା ବ୍ୟବସ୍ଥା, କୋଷ୍ଟାଲ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ୍‌ କମାଣ୍ଡ୍‌ ଆଣ୍ଡ୍‌ କଣ୍ଟ୍ରୋଲ୍‌ ସିଷ୍ଟମ୍‌ କରାଯାଇଛି। ଏହି ଇଣ୍ଟିଗ୍ରେଟେଡ୍‌ କଣ୍ଟ୍ରୋଲ ରୁମ୍‌ରେ ରହି ୨୭୫ଟି ଏଆଇ କ୍ୟାମେରା ମାଧ୍ୟମରେ ଉତ୍ତରା ଛକରୁ ପୁରୀ ସହର, ପୁରୀରୁ କୋଣାର୍କ ଓ ପୁରୀ ସହରାଞ୍ଚଳର କୌଣସିଠାରେ ଟ୍ରାଫିକ୍‌ ଜାମ୍‌ ସମସ୍ୟା‌ର ମୁକାବିଲା ପାଇଁ ନିଷ୍ପତ୍ତି ନେଇହେବ। ସେହିପରି ଆଣ୍ଟି ଡ୍ରୋନ୍‌ ସିଷ୍ଟମ୍‌, ବହୁ ସଂଖ୍ୟାରେ ଆଣ୍ଟି ସାବୋଟାଜ୍‌ ଟିମ୍‌, ଡଗ୍‌ ସ୍କ୍ବାଡ୍‌ ମୁତୟନ ରହିଛି।

    ସେହିପରି ଚଳିତବର୍ଷ ୨୧ ଆଇପିଏସ୍‌, ୧୨ଶହ ଅଫିସରଙ୍କ ସହିତ ୨୦୫ ପ୍ଲାଟୁନ୍‌ ପୁଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ଜଳପଥ ତଟ ସୁରକ୍ଷା ପାଇଁ ମେରାଇନ୍‌ ପୁଲିସ ଟିମ୍‌, କୋଷ୍ଟଗାର୍ଡ, ନୌବାହିନୀ (ନାଭାଲ୍‌)ର ପାଟ୍ରୋଲିଂ ରହିବ। କୋଷ୍ଟଗାର୍ଡର ଆଉ ଏକ ଟିମ୍‌ ଆକାଶମାର୍ଗରୁ ସମୁଦ୍ରକୂଳକୁ ତୀକ୍ଷ୍ଣ ନଜର ରଖିବେ। ଟ୍ରାଫିକ୍‌ ବ୍ୟବସ୍ଥାର ସୁବନ୍ଦୋବସ୍ତ କରିବା ପାଇଁ ଏକ ନୂଆ ଆପ୍‌ ଖୋଲାଯିବ। ଏହି ଆପ୍‌ ମାଧ୍ୟମରେ ଲୋକମାନେ ଯା’ଆସ କରିବାକୁ ଅନୁରୋଧ କରାଯାଇଛି।
    ପହଣ୍ଡିରୁ ରଥ ଟାଣିବା ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ
    ସକାଳ ୬ଟାରେ ମଙ୍ଗଳା ଆଳତି
    ସକାଳ ୬.୧୦ ରେ ମଇଲମ
    ସକାଳ ୬.୩୦ ରେ ତଡପଲାଗି
    ସକାଳ ୬.୩୦ରେ ରୋଷ ହୋମ
    ସକାଳ ୭ଟାରେ ଅବକାଶ
    ସକାଳ ୭.୧୦ ରେ ସୂର୍ଯ୍ୟ ପୂଜା
    ସକାଳ ୭.୩୦ ରେ ଦ୍ୱାରପାଳ ପୂଜା
    ସକାଳ ୭.୩୦ ସୁଦ୍ଧା ବେଶ ଶେଷ
    ଗୋପାଳ ବଲ୍ଲଭ ଏବଂ ସକାଳ ଧୁପା (ଖେଚୁଡି ଭୋଗ) ସକାଳ ୮ ରୁ ୯
    ସକାଳ ୯ଟାରେ ରଥ ପ୍ରତିଷ୍ଠା
    ସକାଳ ୯.୧୫ ରେ ମଙ୍ଗଳାର୍ପଣ
    ସକାଳ ୯.୩୦ରୁ ଆରମ୍ଭ ହେବ ପହଣ୍ଡି
    ଦିନ ୧୨.୩୦ ସୁଦ୍ଧା ଶେଷ ହେବ ପହଣ୍ଡି
    ଦିନ ୧୨.୩୦ ରୁ ୧ଟା ମଧ୍ୟରେ ଶ୍ରୀ ଶ୍ରୀ ମଦନ ମୋହନ, ଶ୍ରୀ ଶ୍ରୀ ରାମ ଏବଂ ଶ୍ରୀ ଶ୍ରୀ କୃଷ୍ଣ ବିଜେ
    ଦିନ ୧.୩୦ ରୁ ୨ଟା ପର୍ଯ୍ୟନ୍ତ ଚିତା ଲାଗି
    ଅପରାହ୍ନ ୧.୩୦ ରୁ ୨.୩୦ ବେଶ ଶେଷ
    ଅପରାହ୍‌ଣ ୨.୩୦ ରୁ ୩.୩୦ ଗଜପତି ରାଜାଙ୍କ ଦ୍ବାରା ଛେରା ପହଁରା
    ଅପରାହ୍ନ ୪ଟା ଚାରମାଳ ଫିଟା, ଘୋଡା ଏବଂ ସାରଥୀ ଲାଗିବେ
    ଅପରାହ୍ନ ୪ଟାରେ ଆରମ୍ଭ ରଥଟଣା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ