Friday, March 13, 2026
28 C
Odisha

    ରାଜ୍ୟକୁ ଅର୍ଥନୈତିକ ସ୍ତରରେ ସମୃଦ୍ଧ କରିବାରେ ‘ଓଏମ୍‌ସି’ର ଅବଦାନ ରହିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭାରତ ବର୍ଷରେ ଖଣିଜ ସମ୍ପଦ ପରିପୂର୍ଣ୍ଣ ଭାବେ ଓଡ଼ିଶା ‌ହେଉଛି ଏକ ଅଗ୍ରଣୀ ରାଜ୍ୟ। ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡ଼ିଶାରେ ମହଜୁଦ୍ ଅଛି। ଓଡ଼ିଶା ଖଣି ନିଗମ (ଓଏମ୍‌ସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ କାର୍ଯ୍ୟ ଦାୟିତ୍ୱପୂର୍ଣ୍ଣ ଭାବେ କରିଆସୁଛି। ରାଜ୍ୟକୁ ଅର୍ଥନୈତିକସ୍ତରରେ ସମୃଦ୍ଧ କରିବା ପାଇଁ ଓଏମ୍‌ସିର ବଳିଷ୍ଠ ଅବଦାନ ରହିଛି। ଓଏମ୍‌ସିର ୭୦ତମ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ସମାରୋହରେ ଯୋଗଦେଇ ମୁଖ୍ୟ ଅତିଥି ଶ୍ରୀ ମାଝୀ କହିଥିଲେ ଯେ, ୬୦ ଦଶକରେ ମାତ୍ର ୧କୋଟି ଟଙ୍କାର ଆର୍ଥିକ କାରବାର ସହିତ ଓଏମ୍‌ସି ନିଜର ଯାତ୍ରା ଆରମ୍ଭ କରି ୨୦୨୪-୨୫ ଆର୍ଥିକ ବର୍ଷରେ ୨୩,୬୦୦ କୋଟି ଟଙ୍କାର ଆର୍ଥିକ କାରବାର କରିଛି। ଏହି କାରବାର କେବଳ ଖଣିଜ ପଦାର୍ଥ ଉତ୍ପାଦନ ଓ ବିକ୍ରୟ ମାଧ୍ୟମରେ ହୋଇଛି। ଆଜି ଓଏମ୍‌ସି ଦେଶରେ ଖଣିଜ ଉତ୍ପାଦନକାରୀ କମ୍ପାନି ମଧ୍ୟରେ ଶ୍ରେଷ୍ଠ ୫ମ ସ୍ଥାନରେ ରହିଛି। ଓଏମ୍‌ସି କେବଳ ଆମ ରାଜ୍ୟରେ ନୁହେଁ ବରଂ ସାରା ଦେଶରେ ନିଜକୁ ଏକ ଆଦର୍ଶ ଲାଭକାରୀ ସଂସ୍ଥା ଭାବରେ ପ୍ରତିଷ୍ଠିତ କରିପାରିଛି। ଓଡିଶା ବିକାଶର ସାରଥୀ ଓ ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି।
    ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ। କେବଳ କୃଷି ଉପରେ ନିର୍ଭର କରି ଚାଲିଲେ ଆମେ ଆଗକୁ ବଢ଼ି ପାରିବା ନାହିଁ। ଆମ ରାଜ୍ୟରେ ଏଥିରେ ପରିବର୍ତ୍ତନ ଆଣିବା ପାଇଁ ଅନେକ ସୁଯୋଗ ରହିଛି। ଆମ ସରକାରଙ୍କ ଲକ୍ଷ୍ୟ ହେଉଛି ଓଡିଶାକୁ ଏକ ମିଶ୍ରିତ ଅର୍ଥନୀତି ଭାବେ ଗଢିତୋଳିବା ପାଇଁ। ଏହି ଲକ୍ଷ୍ୟ ହାସଲ କରିବାକୁ ହେଲେ ଆମକୁ ଉତ୍ପାଦନ କ୍ଷେତ୍ରରେ ଅଧିକ ଧ୍ୟାନ ଆକର୍ଷଣ କରିବାକୁ ପଡ଼ିବ। ଏଥି ପାଇଁ ଆବଶ୍ୟକ କଞ୍ଚାମାଲ ଆମ ରାଜ୍ୟରେ ପ୍ରଚୁର ଭାବେ ଭରପୁର ଅଛି। ପୂର୍ବ ସରକାରଗୁଡ଼ିକ ରାଜ୍ୟର ଏହି Industrialization Potentialକୁ ଉପଯୋଗ କରିବାରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିଲେ। କିନ୍ତୁ ଆମ ସରକାର ଏହାର ବିପରୀତ ନୀତି ଆପଣେଇଛନ୍ତି। ରାଜ୍ୟର ଖଣିଜ ଦ୍ରବ୍ୟରେ ଭ୍ୟାଲୁ ଆଡିସନ କରି ବିକ୍ରୟ କରାଯିବା ନୀତି ଆପଣେଇଛନ୍ତି। ଉଦ୍ୟୋଗୀକରଣ ମାଧ୍ୟମରେ ଦ୍ରୁତ ଶିଳ୍ପାୟନ ପାଇଁ ଆମେ ଶପଥ ନେଇଛୁ ବୋଲି ସେ କହିଥିଲେ।
    ରାଜ୍ୟରେ ଶିଳ୍ପ ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ପାଇଁ ଓଡିଶା ସରକାରଙ୍କ ଇସ୍ପାତ ଓ ଖଣି ବିଭାଗର ଇ-ନିଲାମ୍ ପ୍ଲାଟଫର୍ମ ମାଧ୍ୟମରେ ଲଙ୍ଗ-ଟର୍ମ ଲିଙ୍କେଜ୍ ପଲିସି ଦ୍ୱାରା ରାଜ୍ୟରେ ପ୍ରତିଷ୍ଠିତ ଶିଳ୍ପ ଗୁଡିକୁ ୮୦ ପ୍ରତିଶତରୁ ଅଧିକ କଞ୍ଚାମାଲ ଉପଲବ୍ଧ କରାଯାଇ ପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଆମ ବିକାଶର ମୂଳ ସୂତ୍ରଧର ହେଉଛନ୍ତି ଆମ ଶ୍ରମିକ ଭାଇ ଓ ଭଉଣୀମାନେ। ଶ୍ରମିକ ସଶକ୍ତ ହେଲେ ଓଡ଼ିଶା ସଶକ୍ତ ହେବ। ଶ୍ରମଦାନ କରି ଓଡିଶାକୁ ସଶକ୍ତ, ସମୃଦ୍ଧ କରୁଥିବାରୁ ଶ୍ରମିକ ଭାଇ ଭଉଣୀମାନଙ୍କୁ ସେ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ଷେତ୍ରରେ ମେସିନ୍ ସହିତ ଅଧିକ ଶ୍ରମଶକ୍ତି ନିୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱଦେଇଥିଲେ।

    ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଓଏମ୍‌ସି ତାର ସାମାଜିକ ଉତ୍ତରଦାୟିତ୍ବ କାର୍ଯ୍ୟକ୍ରମ ଜରିଆରେ ପ୍ରଶଂସନୀୟ କାମ କରୁଛି। ପରିବେଶ ସୁରକ୍ଷା ପାଇଁ ୯୦ ଲକ୍ଷରୁ ଊର୍ଦ୍ଧ୍ୱ ବୃକ୍ଷ ରୋପଣ କରିବାରେ ସଫଳ ହୋଇଛି। ଆଗାମୀ ଦିନରେ ଶିଳ୍ପାୟନକୁ ଦୃଷ୍ଟିରେ ରଖି ଆହୁରି ଅଧିକ ବୃକ୍ଷ ରୋପଣ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ପରିବେଶ ସହିତ ଶିକ୍ଷା, ସ୍ୱାସ୍ଥ୍ୟ ଓ କ୍ରୀଡ଼ାର ବିକାଶ ପାଇଁ ମଧ୍ୟ ଉଦ୍ୟମରତ ଅଛି। ଖଣି ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟଜଳ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ସବୁ କ୍ଷେତ୍ର ପାଇଁ ସିଏସ୍‌ଆର ଜରିଆରେ ଅଧିକ ବିନିଯୋଗ କରି ଲୋକଙ୍କୁ ଅଧିକ ସେବା ଯୋଗାଇଦେବା ପାଇଁ ସେ କହିଥିଲେ। ଏଥି ସହିତ ଖଣି ଅଞ୍ଚଳରେ ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟଜଳ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ସବୁ କ୍ଷେତ୍ର ପାଇଁ ସିଏସ୍‌ଆର ଜରିଆରେ ଅଧିକ ବିନିଯୋଗ କରି ଲୋକଙ୍କୁ ଅଧିକ ସେବା ଯୋଗାଇଦେବା ପାଇଁ ସେ କହିଥିଲେ। ଏଥି ସହିତ ଖଣି ଅଞ୍ଚଳରେ ଆଇରନ୍‌ ପିଲେଟ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ