Wednesday, July 22, 2026
25.3 C
Odisha

    ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ, ଆଜି ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖ ଯାଏ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେପଟେ ଜୁନ ୧ରୁ ଏଯାବତ ୪୮୮. ୯ ମିମି ହୋଇଥିବା ବେଳେ ସ୍ୱାଭାବିକ ବର୍ଷାଠାରୁ ୧୩ ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି ।

    ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ସହରାଞ୍ଚଳରେ ପାଣି ଜମିବା ଏବଂ କେତେକ ନଦୀର ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ମଧ୍ୟ ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ରାସ୍ତାଘାଟ ପିଛିଳା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବା ସମ୍ଭାବନା ଥିବାରୁ ପ୍ରଶାସନ ମଧ୍ୟ ସମ୍ଭାବ୍ୟ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ସଜାଗ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.3 ° C
    25.3 °
    25.3 °
    87 %
    3.1kmh
    100 %
    Wed
    26 °
    Thu
    27 °
    Fri
    27 °
    Sat
    29 °
    Sun
    31 °

    ସମ୍ବନ୍ଧିତ