Thursday, April 16, 2026
41.1 C
Odisha

    ରାଜ୍ୟରେ କଲବଲ କରିବ କାଳବୈଶାଖୀ, ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି । ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ସମେତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ଏସ୍ ଆରସିଙ୍କ ପକ୍ଷରୁ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    କାଳବୈଶାଖୀ ପ୍ରଭାବରେ କୌଣସି ସ୍ଥାନରେ କ୍ଷୟକ୍ଷତି ହେଲେ ତୁରନ୍ତ ଜିଲ୍ଲା ପ୍ରଶାସନ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ବାଲେଶ୍ବର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ନେଇ ସତର୍କ କରାଯାଇଛି । କୋହଲା ପାଗ ଯୋଗୁଁ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୬ରୁ ୭ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି । ଉପକୂଳ ଓ ଉତ୍ତର ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    41.1 ° C
    41.1 °
    41.1 °
    13 %
    0.8kmh
    0 %
    Thu
    43 °
    Fri
    43 °
    Sat
    44 °
    Sun
    44 °
    Mon
    44 °

    ସମ୍ବନ୍ଧିତ