Sunday, October 4, 2026
29.6 C
Odisha

    ରାଜ୍ୟରେ କାଲିଠାରୁ କମିବ ତାତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉତ୍ତର ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅନୁଭୁତ ହେବ। ଟ୍ରପ୍ଲାଇନ୍ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କାଲିଠାରୁ ପଶ୍ଚିମା ଝଡର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତକାଲି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ଅଧିକ ରହିଥିବା ବେଳେ ଆଜି ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି । କିନ୍ତୁ କାଲିଠାରୁ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ହେବ । ବାକି ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୫ ତାରିଖରେ ସାରା ରାଜ୍ୟରେ ବର୍ଷା ନେଇ ଆକଳନ କରାଯାଇଛି । ୧୬ ଏବଂ ୧୭ ତାରିଖରେ ବର୍ଷାର ପରିମାଣ ବଢିବା ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାକି ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ଯେଉଁ ଅଞ୍ଚଳରେ ବର୍ଷାର ପ୍ରଭାବ ରହିବ ନାହିଁ ସେହି ଅଞ୍ଚଳରେ ତାପମାତ୍ରା ୩୬ ରୁ ୩୯ ଡିଗ୍ରୀ ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ