Monday, October 5, 2026
31.3 C
Odisha

    ରାଜ୍ୟରେ କାଲିଠୁ ବଦଳିବ ପାଗ, କମିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ କାଲିଠୁ ବଦଳିବ ପାଗ । କମିବ ବର୍ଷା । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଦେଇ ଗତି କରିବ । ଓଡ଼ିଶାରେ କମିବ ବର୍ଷାର ପରିମାଣ। ତେବେ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

    ଏହିସବୁ ଜିଲ୍ଲାଗୁଡ଼ିକ ହେଲାସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର ନୂଆପଡ଼ା ଓ ବଲାଙ୍ଗିର। ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି। ତେବେ ଏହି ସମୟ ମଧ୍ୟରେ ପୂରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରକୁ ୟେଲୋ ସତର୍କତା ଜାରି ହୋଇଛି।

    ୮ତାରିଖ ପାଇଁ କେବଳ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗତ ୨୪ ଘଣ୍ଟାରେ ସୋନପୁରରେ ସର୍ବାଧିକ ୩୨୮ . ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୧୨ଟି ସହରରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସ୍ବାଭାବିକ ବର୍ଷା ୨୬୫. ୮ ମିଲି ମିଟର ଠାରୁ ୨୨ ପ୍ରତିଶତ ଅଧିକ ବର୍ଷା ହୋଇଛି। ୩ ଜିଲ୍ଲା ସୁନ୍ଦରଗଡ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍ବାଭାବିକ ଠାରୁ କମ ବର୍ଷା ରେକର୍ଡ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.3 ° C
    31.3 °
    31.3 °
    48 %
    2.7kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ